ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୦ କୋଭିଡ୍ ସଂକ୍ରମିତ,ଜଣେ ମୃତ
Khabar Odisha:Another-210-cases-were-reported-in-the-state-with-one-dead
ଭୁବନେଶ୍ୱର, ଜାନୁଆରୀ ୧୩ ( ଖବର ଓଡ଼ିଶା):

 ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୬୧୯୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ ।

  • Tags:

Subscribe

National International State Sports Entertainment