ସାବଧାନ! ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା,୨୪ ଘଣ୍ଟାରେ ୬୦ ଉପରେ ଆକ୍ରାନ୍ତ ଚିହ୍ନଟ ଭୁବନେଶ୍ଵର , ଜୁନ୍ 24 (ଖବର ଓଡ଼ିଶା): Share story: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଖବର ଓଡ଼ିଶା, Reporter, 23/06/2022