ଭୁବନେଶ୍ୱର, ଜାନୁଆରୀ ୧୮(ଖବର ଓଡିଶା):
ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟା ୫ଟାରେ ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।
ସେହିପରି ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଏବେ ୧୦ ହଜାର ଉପରେ ରହୁଛି । ଯାହାକି ଚିନ୍ତାର ବିଷୟ ଅଟେ । କରୋନା ସଂକ୍ରମଣ ଗ୍ରାଫକୁ କମ୍ କରିବା ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି ।
ତେବେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଥିଲେ । ମାତ୍ର ଆଜି ପୁଣି ଥରେ ରାଜ୍ୟର କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବରିଷ୍ଠ ଅଧିକାରୀଙ୍କ ସହ ସଂକ୍ରମଣର ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।
ସୂଚନା ଅନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ମଧ୍ୟ ହୋଇଛି ।