ଲଘୁଚାପ ପ୍ରଭାବରେ ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି
Khabar Odisha:Heavy-Rain-Alert-In-Odisha-for-Next-24-hrs

ଭୁବନେଶ୍ୱର, ଅକ୍ଟୋବର ୧୭(ଖବର ଓଡ଼ିଶା): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗତ ଦୁଇ ଦିନ ହେଲା ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆଜି ରାଜ୍ୟର ୫ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଆନ୍ଧ୍ର ଉତ୍ତର ଉପକୂଳ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଯାହାର ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

  • Tags:

Subscribe

National International State Sports Entertainment