ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ,୩୪୬ ଜଣ ସ୍ଥାନୀୟ ସଂକ୍ରମିତ ଭୁବନେଶ୍ବର, ଅଗଷ୍ଟ 6(ଖବର ଓଡ଼ିଶା): Share story: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୮୧୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୮୧୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖବର ଓଡ଼ିଶା, Reporter, 05/08/2022