ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ,୩୭ ଜଣ ସ୍ଥାନୀୟ ସଂକ୍ରମିତ ଓଡିଶା, ଅକ୍ଟୋବର ୪(ଖବର ଓଡ଼ିଶା) Share story: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୫୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୪୫୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୪୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୪୨୩୦ଜଣ ସୁସ୍ଥ ହୋଇଛନ୍ତି । ଖବର ଓଡ଼ିଶା, Reporter, 03/10/2022