ଦେଶରେ ଜାରି ରହିଛି କରୋନା ଆତଙ୍କ, ଗତ ୨୪ ଘଣ୍ଟା ମଧ୍ୟରେ ୮୦,୪୭୨ ନୂତନ କରୋନା ରୋଗୀ ଚିହ୍ନଟ
Khabar Odisha:Indias-COVID19-tally-crosses-62-lakh-mark-with-a-spike-of-80472-new-cases
ନୂଆଦିଲ୍ଲୀ, ସେପ୍ଟେମ୍ବର ୩୦ (ଖବର ଓଡ଼ିଶା):

ଦେଶରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୮୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥମନ୍ତ୍ରାଳୟ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ ୮୦,୪୭୨ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ଏହି ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨ ଲକ୍ଷ ୨୫ ହଜାର ୭୬୪ ରେ ପହଁଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୮୭,୮୨୬ ଜଣ ସୁସ୍ଥ ହୋଇଥିବା ବେଳେ । ବର୍ତ୍ତମାନ ସୁଦ୍ଧା ୯୭,୪୯୭ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏହା ସହ ଦେଶରେ ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୦,୪୪୧ ରହିଛି ।

  • Tags:

Subscribe

National International State Sports Entertainment