ଆସନ୍ତାକାଲି ଠାରୁ ଆରମ୍ଭ ହେବ ମାଟ୍ରିକ ଏସ୍ଏ-୧ ପରୀକ୍ଷା,ଗଣିତ ପାଇଁ ମିଳିବ ଅତିରିକ୍ତ ୧୫ମିନିଟ୍ ଭୁବନେଶ୍ୱର, ନଭେମ୍ବର 22(ଖବର ଓଡ଼ିଶା) Share story: ଆସନ୍ତା ୨୩ ତାରିଖ ଠାରୁ ଆରମ୍ଭ ହେଉଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍), ମଧ୍ୟମା(ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ (ଓପନ୍ ସ୍କୁଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ପରୀକ୍ଷା । ଛାତ୍ରଛାତ୍ରୀ ଅନ୍ୟ ସ୍କୁଲରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା ଦେବେ। ପରୀକ୍ଷା ସକାଳ ୧୦ ଟାରୁ ଆରମ୍ଭ ହୋଇ ୧୨ଟାରେ ସରିବ। କିନ୍ତୁ କେବଳ ଗଣିତ ପାଇଁ ଅତିରିକ୍ତ ୧୫ମିନିଟ୍ ରହିଥିବାରୁ ଗଣିତ ପରୀକ୍ଷା ୧୦ରୁ ଆରମ୍ଭ ହୋଇ ୧୨ଟା ୧୫ ମିନିଟ୍ ପର୍ଯ୍ୟନ୍ତ ଚାଲିବ। ସକାଳ ୯ଟାରେ ଛାତ୍ରଛାତ୍ରୀ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ, ୯ଟା ୪୫ମିନିଟ୍ରେ ପ୍ରଶ୍ନପତ୍ର ଦିଆଯିବ। ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ସକାଳ ୭ଟା ୩୦ରୁ ୯ଟା ମଧ୍ୟରେ ପହଞ୍ଚିବ। ସମସ୍ତ ବିଷୟରେ ରେଗୁଲାର, ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ସମାନ ରହିବ।ପ୍ରତି ବିଷୟରୁ ୮୦ ନମ୍ବର (୫୦ ଅବ୍ଜେକ୍ଟିଭ୍ ଓ ୩୦ ସବ୍ଜେକ୍ଟିଭ୍) ପରୀକ୍ଷା ହେବ। ଖବର ଓଡ଼ିଶା, Reporter, 21/11/2022