ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ,ସୁଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ଵର , ଜୁନ୍ 25 (ଖବର ଓଡ଼ିଶା): Share story: ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୁଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ରେଜଲ୍ଟ ନେଇ ବୋର୍ଡ଼ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ସୁଚନା ଅନୁସାରେ ଚଳିତବର୍ଷ ମାର୍ଚ୍ଚ ୨୯ରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୫ଲକ୍ଷ ୩୮ ହଜାର ପିଲା ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ୟ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ ହୋଇଥିଲା । ଖବର ଓଡ଼ିଶା, Reporter, 24/06/2022