ଭାରତରେ କାୟା ବସ୍ତାର କରୁଛି କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୩୩୭୪ ଛୁଇଁଲା, ୭୭ ମୃତ
Khabar Odisha:National-Odisha-3374-positve-cases-of-corona-Virus-in-India
ନୂଆଦିଲ୍ଲୀ, ଏପ୍ରିଲ ୦୫ (ଖବର ଓଡ଼ିଶା):

ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଛି କରୋନା । କମୁନି କରୋନା ପ୍ରଭାବ । ଦେଶରେ ଦିନକୁ ଦିନ ମହାମାରୀ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ପରିବର୍ତ୍ତେ ହୁ ହୁ ହୋଇ  ବୃଦ୍ଧି ପାଉଛି  ବଢିବାରେ ଲାଗିଛି ମୃତ୍ୟୁ ସଂଖ୍ୟା । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୩୩୭୪ ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୭୭ ଜଣଙ୍କ ମୃତ୍ୟୁ ଘଟିଛି ।
କରୋନା ମହାମାରୀକୁ ନେଇ ସମଗ୍ର ବିଶ୍ୱର ଚିନ୍ତା ବଢ଼ିଯାଇଛି । ବିଶ୍ୱର ପ୍ରାୟ ୨୦୩ରୁ ଅଧିକ ଦେଶକୁ ଏହି ମହାମାରୀ କରୋନା ବ୍ୟାପିଲାଣି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି ।  କରୋନା ସଂକ୍ରମଣ ରୋକିବାକୁ ମାର୍ଚ୍ଚ ୨୪ ରୁ ସମ୍ପୂର୍ଣ୍ଣ ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ କରାଯାଇଛି । ଏହା ସତ୍ୱେ ଦେଶରେ ଆଜି ସକାଳ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୭୪ ଛୁଇଁଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୩୦ ସକ୍ରିୟ ଅଛନ୍ତି । ୨୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜି ଗତ ୧୨ ଘଣ୍ଟାରେ ଦେଶରେ ୩୦୨ଟି କରୋନା ଆକ୍ରାନ୍ତ ନୂଆ ମାମଲା ସାମନାକୁ ଆସିଛି ।  ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୦ ପାର ହୋଇଛି । ଉତ୍ତରପେଦେଶରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୨୦୦ ଥିବା ବେଳେ ରାଜସ୍ଥାନରେ ମଧ୍ୟ ପ୍ରାୟ ୨୦୦ ସଂକ୍ରମିତ । ସେହିପରି କେରଳରେ ମଧ୍ୟ ଅଧିକ କରୋନା ଆକ୍ରାନ୍ତ ରହିଥିବା ଜଣାପଡ଼ିଛି । ଏଯାଏଁ ଭାରତରେ କରୋନା ଭାଇରସରେ ଆକ୍ରାନ୍ତ ଥବା ୭୭ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ଅନ୍ୟପଟେ ଓଡିଶାରେ ବର୍ତ୍ତମାନ ସୁଦ୍ଧା ଯେତିକି ରକ୍ତ ନମୁନା ପରୀକ୍ଷା କରାଯାଇଛି ସେମଧ୍ୟରୁ ୨୧ଟି ପଜିଟିଭ ଥିବା ବେଳେ ବାକି ସବୁ ନମୁନା ନେଗେଟିଭ ଆସିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି ।

  • Tags:

Subscribe

National International State Sports Entertainment