କର୍ଲାପାଟ ହାତୀ ମଡକ ଘଟଣା: ଫରେଷ୍ଟର ଓ ଦୁଇ ଫରେଷ୍ଟ ଗାର୍ଡଙ୍କୁ କର୍ତ୍ତବ୍ୟରେ ଅବହେଳା ପାଇଁ କାରଣ ଦର୍ଶାଅ ନୋଟିସ
Khabar Odisha:Notice-to-forester-and-forest-guard-in-kalahandi
ଭୁବନେଶ୍ୱର, ଫେବୃଆରୀ 23 (ଖବର ଓଡିଶା) :

କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ଅବହେଳା ଯୋଗୁଁ ହାତୀ ମଡକ ଘଟଣାରେ 3 ଜଣଙ୍କୁ ନୋଟିସ  । କର୍ଲାପାଟ ଫରେଷ୍ଟର ଓ ଦୁଇ ଫରେଷ୍ଟ ଗାର୍ଡଙ୍କୁ କର୍ତ୍ତବ୍ୟରେ ଅବହେଳା ପାଇଁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି  

କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ସଂଖ୍ୟା ବଢି ଚାଲିଛି  । ୧୬ ଟି ଟ୍ରାପ କ୍ୟାମେରା ଲାଗିଥିବା ବେଳେ ଆଜି ଆହୁରି ୧୨ ଟି ଟ୍ରାପ କ୍ୟାମେରା ଲାଗିବ ବୋଲି ଡିଏଫଓଟି ଅଶୋଷ କୁମାର ସୂଚନା ଦେଇଛନ୍ତି  । ସେହିଭଳି  ପ୍ରଣୀ ସମ୍ପଦ ବିଭାଗ ପକ୍ଷରୁ ହାତୀ ମଡକ ସମୟରେ ସମ୍ବେଦନଶୀଳ ଥିବା ଯୋଗୁଁ ସମସ୍ତଙ୍କ ଛୁଟି ବାତିଲ କରାଯାଇଥିଲା   କିନ୍ତୁ ଜୁନାଗଡ଼ ବ୍ଲକ ପ୍ରାଣୀ ବିଭାଗ ଅଧକ୍ଷ ଡା ପ୍ରସନ୍ନ ଦାସ, ଅତିରିକ୍ତ ପ୍ରାଣୀ ଅଧିକାରୀ ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁ ଓ ଜୟପାଟଣା ଅତିରିକ୍ତ ପ୍ରାଣୀ ଅଧିକାରୀ ଡା ଶିବ ପ୍ରସାଦ ନାଏକ ଛୁଟିରେ ଥିଲେ ଏହି ୩ ଅମାନିଆ ଡାକ୍ତରଙ୍କୁ ରିପୋର୍ଟ ତଲବ କରିବା ପାଇଁ ଧର୍ମଗଡ଼ ଏସଡିଭିଓ କୈଳାଶ ସାମନ୍ତଙ୍କୁ ରାଜ୍ୟ ଅତିରିକ୍ତ ନିର୍ଦେଶକ ଡା ପ୍ରତାପ କିଶୋର ଖମାରୀ ନିର୍ଦ୍ଦେଶ ଦେଇଛନ୍ତି 

  • Tags:

Subscribe

National International State Sports Entertainment