ରାଜ୍ୟରେ ୧୪୩୪ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ କରୋନା ରୋଗୀ ଚିହ୍ନଟ
Khabar Odisha:Odisha-reports-1434-new-COVID19-positive-cases-in-last-24-hours-Total-cases--now-stand-at-34913
ଭୁବନେଶ୍ୱର, ଅଗଷ୍ଟ ୦୨ (ଖବର ଓଡ଼ିଶା):

ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୪୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଗଞ୍ଜାମରେ ସର୍ବାଧିକ ୩୨୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୨୧୮, ରାୟଗଡାରୁ ୧୯୭, କଟକରୁ ୧୨୩, ସମ୍ବଲପୁରରୁ ୫୧ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି ।

  • Tags:

Subscribe

National International State Sports Entertainment