ଭୁବନେଶ୍ବର: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରୁ ଆନ୍ଧ୍ରପ୍ରଦେଶର ବିଜୟନଗରମ ଅଞ୍ଚଳକୁ ଯାଉଥିବା ଏକ ତୀର୍ଥଯାତ୍ରୀଙ୍କ ବସ୍ ଆଜି ସକାଳୁ ବାଲେଶ୍ବର ଜିଲ୍ଲା ସୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କର ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଥିବା ସୂଚନା ମିଳିଛି। ମୃତ ବ୍ୟକ୍ତି ହେଲେ କେ ଭେଙ୍କଟେଶ୍ବର (୫୪)।
ସୂଚନା ଅନୁସାରେ ଆନ୍ଧ୍ର ପ୍ରଦେଶରୁ ଏକ ଘରୋଇ ବସ୍ ‘ଶ୍ରୀ ଲକ୍ଷ୍ମୀ’ରେ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ପଶ୍ଚିମବଙ୍ଗକୁ ଯାଇଥିଲେ। ଗତକାଲି ସେମାନେ ଦର୍ଶନ ସାରି ଆଜି ସକାଳୁ ଫେରୁଥିଲେ। ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଦୁ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ବସ୍ଟି ସିଧାସଳଖ ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ ବସରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଘଟଣାସ୍ଥଳରେ ଚଳକଙ୍କର ମୃତ୍ୟୁ ହୋଇଥିଲା।
ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ବାାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ଅଧିକ ପଢ଼ନ୍ତୁ: ଟ୍ରମ୍ପ ଦାବି ନେଇ ତେହେରାନ କହିଲା ତାରିଖ ଏପର୍ଯ୍ୟନ୍ତ ସ୍ଥିର ହୋଇନି