ନୂଆଦିଲ୍ଲୀ: ଦେଶର ପ୍ରଥମ ନାଗରିକ ତଥା ମହାମହିମା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ପୂର୍ବାହ୍ଣରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ସେ ନୂଆଦିଲ୍ଲୀସ୍ଥିତ ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟରେ ମତଦାନ କରିଛନ୍ତି । ରାଷ୍ଟ୍ରପତିଙ୍କ ମତଦାନ ପୂର୍ବରୁ ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ସେହିପରି ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ ମଧ୍ୟ ଆଜି ସକାଳୁ ଦିଲ୍ଲୀରେ ଭୋଟ୍ ଦେଇଛନ୍ତି ।
ସୂଚନାଯୋଗ୍ୟ, ଆଜି ୬ଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି, ହରିୟାଣାର ୧୦ଟି, ବିହାରର ୮ଟି, ପଶ୍ଜମବଙ୍ଗର ୮ଟି, ଦିଲ୍ଲୀର ସମସ୍ତ ୭ଟି, ଓଡ଼ିଶାର ୬ଟି, ଝାଡ଼ଖଣ୍ଡର ୪ଟି ଓ ଜମ୍ମୁ-କାଶ୍ମୀରର ଗୋଟିଏ ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି । ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଜାରି ରହିବ ।