ଓଡ଼ିଶା ପାଇଁ ଖୁସି ଖବର, ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୪୦୧ ଜଣ କରୋନା ଆକ୍ରାନ୍ତ
Khabar Odisha:Record-number-of-Corona-cured-in-Odisha
ଭୁବନେଶ୍ୱର, ଜୁଲାଇ ୯( ଖବର ଓଡ଼ିଶା):

 ଓଡ଼ିଶାରେ ସୁସ୍ଥରେ ରେକର୍ଡ କରୋନା ଭାଙ୍ଗିଲା ପୂର୍ବ ରେକର୍ଡ । ଆଜି ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନରେ ଆଜି ସର୍ବାଧିକ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ ଆରୋଗ୍ୟ ଙ୍କ ସଂଖ୍ୟା ୭ ହଜାର ୪୦୭ କୁ ଛୁଇଁଛି ।

ଆଜି କରୋନାରୁ ସୁସ୍ଥ ହୋଇଥିବା ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୧୦ ଜଣ ଥିବା ବେଳେ ଗଜପତି ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଦେବଗଡ଼ ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଓ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ, କନ୍ଧମାଳ ଜିଲ୍ଲାରୁ ୬ଜଣ, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୫ଜଣ ଲେଖାଏଁ ଓ ନବରଙ୍ଗପୁର ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ  ଆଜି ସୁସ୍ଥ ହୋଇଛନ୍ତି ।ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଆଜି ସକାଳେ ଚିହ୍ନଟ ୫୭୭ ଜଣ ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୨୦୧ କୁ ବୃଦ୍ଧି ପାଇଛି । କରୋନାରେ ୫୨ ଜଣଙ୍କ ମୃତ୍ୟୁ ଘଟିଛି।

  • Tags:

Subscribe

National International State Sports Entertainment