ଲଘୁଚାପ ପ୍ରଭାବରେ ବର୍ଷା ସମ୍ଭାବନା, ୭ଟି ଜିଲ୍ଲାକୁ ଆଲର୍ଟ ଜାରି
Khabar Odisha:Red-alerts-issued-in-seven-districts-with-the-possibility-of--heavy-rain-due-to-low-pressure
ଭୁବନେଶ୍ବର, ସେପ୍ଟେମ୍ବର ୨୧ (ଖବର ଓଡ଼ିଶା):

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ‌ରେ ଆଜି ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି ୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଘୁଚାପ ପ୍ରଭାବ‌ରେ ୨୪ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ବଙ୍ଗୋପସାଗର ଆଡ଼କୁ ଗତି କରି ଅଧିକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଯାହା ପ୍ରଭାବରେ ବର୍ଷା ଆଶଙ୍କା ରହିଛି।

ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲା‌ରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହା ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

  • Tags:

Subscribe

National International State Sports Entertainment