ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧,୪୫୨ ଟି କରୋନା ନମୂନା ପରୀକ୍ଷଣ
Khabar Odisha:Samples-tested-in-last-24-hours-41452
ଭୁବନେଶ୍ୱର, ସେପ୍ଟେମ୍ବର ୨୯ (ଖବର ଓଡ଼ିଶା):

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧,୪୫୨ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୦୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪୫୨୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

  • Tags:

Subscribe

National International State Sports Entertainment