ବିଜେପି ନେତା ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
Khabar Odisha:State-Odisha--Crimebranch-will-take-Investigaition-Charge-of-Bjp-Leader-Murder-case
ଖୋର୍ଦ୍ଧା, ଏପ୍ରିଲ ୧୫(ଖବର ଓଡ଼ିଶା):

ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା ଘଟଣାରେ କେନ୍ଦ୍ରାଞ୍ଚଳ ଆଇଜି ସୈାମେନ୍ଦ୍ର ପ୍ରିୟଦର୍ଶୀ ତଦନ୍ତ ତଦାରଖ କରିବେ ।

ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲାରେ କେନ୍ଦ୍ରାଞ୍ଚଳ ଆଇଜି ସୈାମେନ୍ଦ୍ର ପ୍ରିୟଦର୍ଶୀ ତଦନ୍ତ ତଦାରଖ କରିବେ ବୋଲି ଡିଜିପି ବିଜୟ କୁମାର ଶର୍ମା ସୂଚନା ଦେଇଛନ୍ତି । ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଏକ ଟିମ ତଦନ୍ତ ସହାୟତା ପାଇଁ ପହଂଚିଛି । ଏହି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଚାଲିଥିବା ଡଜିପି କହିଛନ୍ତି ।

ସୂଚନାଯୋଗ୍ୟ,ବିଜେପିର ମଣ୍ଡଳ ସଭାପତି ମଙ୍ଗୁଳି ଜେନା ଗତକାଲି ରାତ୍ରରେ ନବୀନବାଗ ଅଂଚଳରେ ଥିବା ଦଳୀୟ କାର‌୍ୟ୍ୟାଳୟ ନିକଟରେ ଛିଡା ହୋଇଥିଲେ । ସେହି ସମୟରେ ଜଣେ ବ୍ୟକ୍ତି ସେଠାକୁ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳିମାଡ କରି ଫେରାର ହୋଇଯାଇଥିଲା । ମଙ୍ଗୁଳିଙ୍କୁ ତୁରନ୍ତ ମେଡିକାଲରେ ଭର୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

  • Tags:

Subscribe

National International State Sports Entertainment