ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼, ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର
Khabar Odisha:State-Odisha-A-Special-Ward-is-Opened-for-Treatment-of-Heart-Patients
ଭୁବନେଶ୍ୱର, ଡିସେମ୍ବର ୧୬ (ଖବର ଓଡ଼ିଶା):

ରାଜ୍ୟରେ ସ୍ୱାସ୍ଥ୍ୟସେବାରେ ଉନ୍ନତି ନେଇ ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼ । ଏଥିରେ ରୋଗୀଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ।

ଦିନକୁ ଦିନ ହୃଦରୋଗୀଙ୍କ ସଂଖ୍ୟା ବଢୁଛି । କିନ୍ତୁ ସେହି ଅନୁପାତରେ ଚିକିତ୍ସା ହୋଇପାରୁନାହିଁ । ତେଣୁ ଏ ଦିଗରେ ଏକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ହୃଦରୋଗୀଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ୱାର୍ଡ଼ ଆଜି ଖୋଲାଯାଇଛି । ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର ନିର୍ଦ୍ଦେଶକ ଡାକ୍ତରର ପି.କେ ଦାସ ହୋଇଛନ୍ତି । ହୃଦରୋଗୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ୱାର୍ଡ଼ରେ ଦୈନିକ ୧୫ରୁ ୨୦ ହୃଦରୋଗୀଙ୍କ ଅପରେସନ ହୋଇପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି ।

  • Tags:

Subscribe

National International State Sports Entertainment