କେନ୍ଦୁପତ୍ର ତୋଳାଳି, ବନ୍ଧାଳୀ ଓ ସିଜନାଲ କର୍ମଚାରୀଙ୍କୁ ସହାୟତା ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସହାୟତା ବଣ୍ଟନ କରିଛନ୍ତି । ତୋଳାଳିଙ୍କୁ ୧ ହଜାର ଟଙ୍କା ଓ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସହାୟତା ପ୍ରଦାନ ପରେ ହିତାଧିକାରୀଙ୍କ ଖାତାକୁ ଯାଇଛି ୪୩ କୋଟି ଟଙ୍କା ।
ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳି ଓ ଅନ୍ଯ କେନ୍ଦୁପତ୍ର କର୍ମଚାରୀମାନଙ୍କୁ ଏ ସବୁ ସହାୟତା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।