ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି, ରାଜ୍ୟରୁ ଆଉ ୪୨୪୧ ନୂଆ ଆକ୍ରାନ୍ତ ଚିହ୍ନଟ
Khabar Odisha:The-number-of-coronavirus-cases-in-the-state-continues-to-rise-4241-new-cases-detected-from-the-state
ଭୁବନେଶ୍ବର, ସେପ୍ଟେମ୍ବର ୧୭ (ଖବର ଓଡ଼ିଶା):

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବାବେଳେ ଆଜି ଆଉ ୪୨୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୭୩୯ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ଏହି ସୂଚନା ଦେଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୧୬୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୧୯୬୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

  • Tags:

Subscribe

National International State Sports Entertainment