ହ୍ରାସ ପାଉଛି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୨୦୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ
Khabar Odisha:The-number-of-new-corona-victims-is-declining-and-today-identified-2019-new-positive-corona-cases
ଭୁବନେଶ୍ବର, ଅକ୍ଟୋବର ୧୮ (ଖବର ଓଡ଼ିଶା):

ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଉଛି । ଆଜି ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୮୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୪୩୩୨୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

  • Tags:

Subscribe

National International State Sports Entertainment