ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ସମ୍ଭାବନା ରହିଛି । ଉପକୂଳ ଏବଂ ଅଭ୍ୟନ୍ତରିଣ ଓଡ଼ିଶାର ମାଲାକାନଗିରି. କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେଉଁଝର, ଦେଓଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ ଜିଲ୍ଲାର ଗୋଟିଏ ଦୁଇଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତେବେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ । ୧୫ ରୁ ୧୬ ତାରିଖ ପର୍ଯ୍ୟନ୍ତ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ । ଏହି ସମୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୁୟୁରଭଞ୍ଜ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦୁଇରୁ ତିନି ଦିନ ପରେ ରାତି ସମୟରେ ୨ ରୁ ୪ ଡିଗ୍ରି ପାରଦ ଖସିବାର ପୁର୍ବାନୁମାନ କରାଯାଇଛି ।