ରାଜ୍ୟରେ ଅବ୍ୟବହୃତ ସମ୍ପତିକୁ ମିଶନ ଶକ୍ତିକୁ ମହାସଂଘ ମହିଳାଙ୍କୁ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
Khabar Odisha:chief-minister-direct-distric-official-to-handover-all-unutilise-government-land-to-the-mission-shakti-sangh

 ଭୁବନେଶ୍ୱର,୮ଏପ୍ରିଲ(ଖବର ଓଡିଶା); ରାଜ୍ୟର ବିଭିନ୍ନ ଜିଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ୨ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦେଶ ଦେଇଛନ୍ତି ।ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ମାନଙ୍କରେ ରହିଛି ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ।

ଯଥା ସରକାରୀ କୋଠା ,ଦୋକାନ ଘର ଗଡ଼ିଆ ପୋଖରୀ ଇତ୍ୟାଦି ଏଗୁଡିକୂ ସମ୍ପୃକ୍ତ ଜିଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶ ରେ ଲଗାଇ ପାରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମହିଳାମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତନର କର୍ଣ୍ଣଧାର ହୋଇଛି । ମା’ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜବୁତ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Tags:

Subscribe

National International State Sports Entertainment