ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ
Khabar Odisha:students-will--give-matriculation-exam-at-their-school
ଭୁବନେଶ୍ୱର, ଜାନୁଆରୀ 22 (ଖବର ଓଡିଶା) :

ଚଳିତ ବର୍ଷ ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ  । ଆଉ ଅନ୍ୟ ସ୍କୁଲକୁ ଯିବାକୁ ପଡିବନି  । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍‌ ପରୀକ୍ଷାକୁ ଶୃଙ୍ଖଳିତ କରିବାକୁ ଏହି ସୂଚନା ଦିଆଯାଇଛି 

ମିଳିଥିବା ସୂଚନାନୁସାରେ, କିଛି ଦିନ ତଳେ ଦଶମ ଛାତ୍ରଛାତ୍ରୀଙ୍କର ପାଠପଢା ଆରମ୍ଭ ହୋଇଛି  ମାଟ୍ରିକ୍ ପରୀକ୍ଷାର୍ଥୀମାନେ ନିଜ ସ୍କୁଲରେ ପରୀକ୍ଷା ଦେଲେ ବି ସେହି ସ୍କୁଲର ଶିକ୍ଷକମାନେ ପରୀକ୍ଷା ନିରୀକ୍ଷକ ହୋଇପାରିବେ ନାହିଁ   ଅନ୍ୟ ସ୍କୁଲର ଶିକ୍ଷକମାନେ ପରୀକ୍ଷା ନିରୀକ୍ଷକ ଭାବେ ନିୟୋଜିତ ହେବେ  । କେବଳ ଏତିକି ନୁହେଁ, ଏଥର ମାଟ୍ରିକ୍ ପରୀକ୍ଷାର ଅବଧି ମଧ୍ୟ ହ୍ରାସ କରି ଦିଆଯାଇଛି   ଛାତ୍ରଛାତ୍ରୀମାନେ ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟାର ପରୀକ୍ଷା ଦେବେ । କରୋନାକୁ ଆଖି ଆଗରେ ରଖି ମାଟ୍ରିକ୍ ପରୀକ୍ଷାର୍ଥୀମାନଙ୍କ ସୁବିଧା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ତେବେ କରୋନା ଯୋଗୁଁ ଯେଭଳି ଛାତ୍ରଛାତ୍ରୀ ଅସୁବିଧା ନ ଭୋଗିବେ ସେଥିପାଇଁ ଏଥର ନିଜ ସ୍କୁଲରେ ସମସ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି 

  • Tags:

Subscribe

National International State Sports Entertainment