ଝେଲମ ନଦୀରେ ଘଟିଲା ଅଘଟଣ । ଝେଲମ ନଦୀରେ ଏକ ଯାତ୍ରୀବାହୀ ଡଙ୍ଗା ନଦୀ ପାର ହେଉଥିବା ସମୟରେ ମଝି ନଦୀରେ ଓଲଟି ପଡିଛି । ଯାହାଫଳରେ ଡଙ୍ଗାରେ ଯାତ୍ରା କରୁଥିବା ଯାତ୍ରୀଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହେବାସହିତ ଅନେକ ନିଖୋଜ ଅଛନ୍ତି । ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
ସୂଚନା ଅନୁସାରେ, ଶ୍ରୀନଗରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବାରୁ ଝେଲମ ନଦୀରେ ଜଳ ସ୍ତର ବୃଦ୍ଧି ପାଇଛି । ଝେଲମ ନଦୀରେ ଏକ ଯାତ୍ରୀବାହୀ ଡଙ୍ଗା ଯାତ୍ରୀମାନଙ୍କୁ ନେଇ ନଦୀ ପାର ହେଉଥିବା ସମୟରେ ମଝି ନଦୀରେ ଯାତ୍ରୀବାହୀ ଡଙ୍ଗା ଓଲଟି ପଡିଛି । ଯାହାଫଳରେ ଡଙ୍ଗାରେ ଯାତ୍ରା କରୁଥିବା ଯାତ୍ରୀମାନେ ନଦୀରେ ବୁଡି ଯାଇଥିଲେ । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ନିୟୋଜିତ ହୋଇଥିଲେ । ନଦୀରେ ଖୋଜାଖୋଜି ପରେ ୭ ଜଣଙ୍କୁ ଉଦ୍ଧାର କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ହେବା ସହିତ ୩ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ସେମାନଙ୍କୁ ଉଦ୍ଧାର କରି SMHS ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏ ପର୍ଯ୍ୟନ୍ତ ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍ ନିଖୋଜ ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ନିୟୋଜିତ ଅଛନ୍ତି ।
ଆଗକୁ ପଢ଼ନ୍ତୁ : କାରରୁ ଟାଣିଆଣି ଯୁବକଙ୍କୁ ନିର୍ଦ୍ଧୁମ ଛେଚିଲେ ଦୁର୍ବୁତ୍ତ