ସର୍ଚ୍ଚ ଅପରେସନରେ ସୁରକ୍ଷାକର୍ମୀକୁ ମିଳିଲା ବଡ଼ ସଫଳତା । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ସମୟରେ ପୋଲିସର ଗୁଳିରେ ୪ ମାଓବାଦୀ ନିପାତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସର ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଅନୁସାରେ, ସାଧାରଣ ନିର୍ବାଚନ ପାଇଁ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି କରାଯାଇଥିଲା ।
ଏହି ସମୟରେ ମାଓବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନ କରିଥିଲେ । ପରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ ୪ ମାଓବାଦୀ ନିପାତ ହୋଇଛନ୍ତି । ଘଟଣାସ୍ଥଳରୁ ସୁରକ୍ଷାକର୍ମୀମାନେ ବିପୁଳ ମାଓ ସାମଗ୍ରୀ ସହିତ ମାଓ ବିସ୍ଫୋରକ ଜବତ କରିଛନ୍ତି । ଏହି ଗୁଳିବିନିମୟରେ ଅନେକ ମାଓବାଦୀ ଆହତ ହୋଇଥିବା ସୂଚନା ମଧ୍ୟ ମିଳିଛି । ଘଟଣାସ୍ଥଳରେ ମଧ୍ୟ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।
ଆଗକୁ ପଢ଼ନ୍ତୁ : ପାଇଲଟ୍ ଅଭାବରୁ ବିମାନ ବାତିଲ