ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଆଜୀବନ କାରା ଦଣ୍ଡାଦେଶ ଦେଲେ କୋର୍ଟ
Khabar Odisha:Asaram-Bapu-sentenced-to-life-in-2013-rape-case
ଖବର ଓଡିଶା : 01/02/2023:

ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଆଜୀବନ କାରାଦଣ୍ଡାଦେଶ ଘୋଷଣା କଲେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ  ଦଣ୍ଡ ଘୋଷଣା କଲେ କୋର୍ଟ । ଗତକାଲି ଏହି ମାମଲାରେ ଦୌରାଜଜ ଡି.କେ. ସୋନି ୬ ଅଭିଯୁକ୍ତଙ୍କୁ ଖଲାସ କରିଥିବାବେଳେ ଆଶାରାମଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଖଲାସ ହୋଇଥିବା ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ଆଶାରାମ ବାପୁଙ୍କ ସ୍ତ୍ରୀ ଲକ୍ଷ୍ମୀବେନ, କନ୍ୟା ଓ ଅନ୍ୟ ୪ ଶିଷ୍ୟ । ୨୦୧୩ରେ ରାଜସ୍ଥାନରେ ଥିବା ଆଶ୍ରମରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗ କ୍ରମେ ବର୍ତ୍ତମାନ ୮୧ ବର୍ଷ ବୟସ୍କ ଆଶାରାମ ଯୋଧପୁର ଜେଲରେ ରହିଛନ୍ତି ।  ୨୦୧୪ ଜୁଲାଇରେ ମାମଲାର ଚାର୍ଜସିଟ ଦାୟର ହୋଇଥିଲା । ତାଙ୍କ ବିରୋଧରେ ଧାରା ୩୭୬, ୩୭୭, ୩୪୨, ୩୫୪, ୩୫୭, ୫୦୬ ରୁଜୁ ହୋଇଥିଲା ।  ରାଜସ୍ଥାନରେ ତାଙ୍କ ଆଶ୍ରମରେ ସେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି । ଏହି ମାମଲାରେ ୨୦୧୮ ଏପ୍ରିଲ ୨୫ରେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ ଯୋଧପୁର କୋର୍ଟ ।

ଅନ୍ୟ ୨ ଶିଷ୍ୟଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡ ଶୁଣାଇଥିଲେ କୋର୍ଟ। ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇଙ୍କୁ ମଧ୍ୟ ଦୁଷ୍କର୍ମ ଅଭିଯୋଗ ରେ ଗତ ଏପ୍ରିଲ ୨୦୧୯ରେ ସୁରଟର ଏକ ଦୌରାଜଜ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ । 

Subscribe

National International State Sports Entertainment