କ୍ରେନ-ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣା ଫଳରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତୁରନ୍ତ ଗୁରୁତର ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ତେବେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ପାଟନାରେ ନିଉ ବାଇପାସ୍ କଙ୍କଡବାଗ୍ ଥାନା ଅଞ୍ଚଳରେ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ପରେ ଘଟଣାର ତଦନ୍ତ କରୁଛି।
ସୂଚନା ମୁତାବକ, ଆଜି ଭୋର୍ ସମୟରେ ପାଟନାରେ ନିଉ ବାଇପାସ୍ କଙ୍କଡବାଗ୍ ଥାନା ଅଞ୍ଚଳରେ ଏକ କ୍ରେନ୍ ରେ କାମ ଚାଲୁଥିବାବେଳେ ଦ୍ରୁତ ଗତିରେ ଯାଉଥିବା ଏକ ଅଟୋ କ୍ରେନ ସହ ଧକ୍କା ହୋଇଥିଲା। ଫଳରେ ଅଟୋରେ ଥିବା ମୋଟ୍ ୮ ଜଣ ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିଲା। ଏପରିକି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିଲେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଦୁର୍ଘଟଣା ଘଟିବା ପରେ କ୍ରେନ୍ ଡ୍ରାଇଭର ଫେରାର ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ଏହି ଘଟଣା ବାବଦରେ ଅଧିକ ଛାନଭିନ୍ ଜାରି ରଖିଛି ପୋଲିସ।