ନୂଆଦିଲ୍ଲୀ : ଆଜି ମଧ୍ୟାହ୍ନ ୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।
ଆଗାମୀ ନଭେମ୍ବର ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ନୂଆଦିଲ୍ଲୀର ସେବାତୀର୍ଥଠାରେ ଏହି ବୈଠକ ହେବ ।
ଲୋକସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଏବଂ ସୀମା ପୁନଃନିର୍ଦ୍ଧାରଣ ସମ୍ବନ୍ଧୀୟ ପ୍ରସ୍ତାବିତ ବିଲ୍ରେ କିଛି ଗୁରୁତ୍ୱପୂର୍ଣ୍ଣ ସଂଶୋଧନ ଉପରେ ଆଜିର ବୈଠକରେ ଆଲୋଚନା ଓ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି।
ଆସନ୍ତା ନଭେମ୍ବର ୩୦ରେ ଲୋକସଭାରେ ଏହି ଗୁରୁତ୍ୱପୂର୍ଣ୍ଣ ବିଲ୍ଗୁଡ଼ିକ ଆଗତ କରାଯିବାର କାର୍ଯ୍ୟକ୍ରମ ଥିବାରୁ ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କୁ ବୈଠକରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।