ପେଟ୍ରୋଲିଂ ସମୟରେ ଗୁଳି ବିନିମୟରେ ଜଣେ ସୁରକ୍ଷାକର୍ମୀଙ୍କର ମୃତ୍ୟୁ ହେବା ସହିତ ଆଉ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି କରାଯାଇଛି । ସୂଚନା ଅନୁସାରେ, ଛତିଶଗଡର ଦାନ୍ତେୱାଡା ଜିଲ୍ଲାରେ ମାଓବାଦୀମାନେ ଲୁଚି ରହିଥିବା ଖବର ସୁରକ୍ଷାକର୍ମୀମାନେ ପାଇଥିଲେ । ପରେ ଉକ୍ତ ଅଞ୍ଚଳର ଯାଞ୍ଚ କରିବା ପାଇଁ ଦୁଇ ଜଣ ସୁରକ୍ଷାକର୍ମୀ ପେଟ୍ରୋଲିଂ କରୁଥିବା ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିବିନିମୟ ହୋଇଥିଲା । ଗୁଳିବିନିମୟରେ ଦୁଇ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିଲେ । ସେମାନଙ୍କୁ ତୁରନ୍ତ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିଥିଲେ । ପରେ ଡାକ୍ତର ସେଠାରେ ଜଣଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଅନ୍ୟ ଜଣେ ସୁରକ୍ଷାକର୍ମୀଙ୍କୁ ମେଡିକାଲରେ ଚିକିତ୍ସା କରାଯାଉଛି । ଏହି ଘଟଣା ପରେ ସୁରକ୍ଷାକର୍ମୀମାନେ ଉକ୍ତ ଘଟଣାର ତଦନ୍ତ କରୁଛନ୍ତି ।