ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଓଡ଼ିଶା ଉପକୂଳର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର୍)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ରୁଜ୍ କ୍ଷେପଣାସ୍ତ୍ର (ଆଇଟିସିଏମ୍)ର ସଫଳ ପରୀକ୍ଷଣ କରାଯାଇଛି । ପରୀକ୍ଷା ସମୟରେ ସମସ୍ତ ସବ୍ ସିଷ୍ଟମ ଆଶାନୁରୂପ ପ୍ରଦର୍ଶନ କରିଥିଲା । ଏହି କ୍ଷେପଣାସ୍ତ୍ରର କାର୍ଯ୍ୟଦକ୍ଷତାକୁ ରାଡାର, ଇଲେକ୍ଟ୍ରୋ ଅପ୍ଟିକାଲ ଟ୍ରାକିଂ ସିଷ୍ଟମ (ଇଓଟିଏସ) ଏବଂ ଆଇଟିଆର ଦ୍ୱାରା ବିଭିନ୍ନ ସ୍ଥାନରେ ନିୟୋଜିତ ଟେଲିମେଟ୍ରି ଦ୍ୱାରା ନିରୀକ୍ଷଣ କରାଯାଇଥିଲା ।
ଏହି ପରୀକ୍ଷଣ ସମ୍ବନ୍ଧରେ ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ଅନୁସନ୍ଧାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଡିଆରଡିଓର ବରିଷ୍ଠ ଅଧିକାରୀ ଓ ବୈଜ୍ଞାନିକ ମଧ୍ୟ ଉପସ୍ଥିତ ଥିଲେ । ପରୀକ୍ଷଣ ସମ୍ପୂର୍ଣ୍ଣ ସଠିକତାର ସହିତ ଦୁଇଟି ଭିନ୍ନ ଭିନ୍ନ ନିର୍ଦ୍ଧାରିତ ଟାର୍ଗେଟକୁ ଲକ୍ଷ୍ୟକ୍ଷେଦ କରିଛି । ପରୀକ୍ଷଣ ସମୟରେ ସମସ୍ତ ପାରାମିଟର ସ୍ବାଭାବିକ ଭାବେ କାର୍ଯ୍ୟ କରିଥିଲା । ଏହାସହ ଏହି କ୍ଷେପଣାସ୍ତ୍ର ଉପରେ ସ୍ବତନ୍ତ୍ର ନଜର ରଖିଥିଲା IAF Su-30MKI ଏୟାରକ୍ରାଫ୍ଟ । ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ଅନୁସନ୍ଧାନ ସଂସ୍ଥାର ଏହି ସଫଳତା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁଭେଚ୍ଛା ଜଣାଇଛନ୍ତି ।
ଅଧିକ ପଢ଼ନ୍ତୁ : ଆଜି ବିଶ୍ୱ ଐତିହ୍ୟ ଦିବସ