ଓଡ଼ିଶାର କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଆଜି ଏହି ପଦବୀରେ ନିଯୁକ୍ତ କରାଯାଇଛି । ଭର୍ତ୍ତୃହରି ମହତାବ ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି।
ଗତ ସାଧାରଣ ନିର୍ବାଚନରେ ଭର୍ତ୍ତୃହରି ବିଜେପି ପକ୍ଷରୁ ଲଢ଼ି ଲୋକସଭାକୁ ବିଜୟୀ ହୋଇଛନ୍ତି । ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।
ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭା ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ନିର୍ବାଚିତ ହୋଇଆସୁଛନ୍ତି ।