ରବିବାର ଉତ୍ତରପ୍ରଦେଶରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ଉତ୍ତରପ୍ରଦେଶର ମୁଜଫର ନଗରରେ ଏକ ଘରର ଛାତ ଭୁଶୁଡି ପଡିଛି । ଯାହାଫଳରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହିତ ପ୍ରାୟ ୧୭ ଜଣ ଆହତ ମଧ୍ୟ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ପାଇ, ଉଦ୍ଧାରକାରୀ ଟିମ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରୁଛନ୍ତି ।
ସୂଚନା ଅନୁସାରେ, ଉତ୍ତରପ୍ରଦେଶର ମୁଜଫର ନଗରରେ ଏକ ପୁରୁଣା ଘରର ମରାମତି କରାଯାଉଥିବା ବେଳେ ଘରର ଛାତ ଭୁଶୁଡି ପଡିଛି । ଯାହାଫଳରେ ସେଠାରେ କାମ କରୁଥିବା ଶ୍ରମିକମାନେ ଘଟଣାସ୍ଥଳରେ ଫସି ଯାଇଥିଲେ । ଏହି ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହେବା ସହିତ ପ୍ରାୟ ୧୭ ଜଣ ଆହତ ଅଛନ୍ତି । ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଟିମ ଘଟଣାସ୍ଥଳରେ ନିୟୋଜିତ ହୋଇ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆଉ ପ୍ରାୟ ୨୦ ଜଣ ଶ୍ରମିକ ସେଠାରେ ଫସି ରହିଛନ୍ତି ବୋଲି ସୂଚନା ମିଳିଛି । ଶ୍ରମିକମାନଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଆଗକୁ ପଢ଼ନ୍ତୁ : ଦୁର୍ଘଟଣାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ