ଭାରତରେ ବିଗୁଡୁଛି କରୋନା ସ୍ଥିତି, ଦେଶରେ ୭ ଲକ୍ଷ ୪୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଗଲାଣି ୨୦ ହଜାର ୬୪୨ ଜୀବନ
Khabar Odisha:National-7-lakh-42k-crossed-Corona-positive-in-India
ନୂଆଦିଲ୍ଲୀ, ଜୁଲାଇ 8 (ଖବର ଓଡ଼ିଶା):

 ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭ ଲକ୍ଷ ୪୨ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୦ ହଜାର ୬୪୨ ଛୁଇଁଲାଣି  । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ଦେଶରେ ଉଦବେଜନକ ଭାବେ ମାଡ଼ି ଚାଲିଛି କରୋନା ।ସ୍ଥିତି ଅଣାୟତ ହେଉଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୭ ଲକ୍ଷ ୪୨ ହଜାର ୪୧୭ ରେ ପହଂଚିଛି ।  ଭାରତରେ ୨୦ ହଜାର ୬୪୨ କୁ ବୃଦ୍ଧି ହୋଇଛି ମୃତ୍ୟୁ ସଂଖ୍ୟା । ମୋଟ୍ ସଂକ୍ରମିତ ମଧ୍ୟରୁ ୪ ଲକ୍ଷ ୫୬ ହଜାର ୮୩୧ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଲକ୍ଷ ୬୪ ହଜାର ୯୪୪ ସକ୍ରିୟ ଅଛନ୍ତି।ଏବେ  ୨ ଲକ୍ଷ ୬୪ ହଜାର ୯୪୪ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ୨୨ ହଜାର ୭୫୨ ନୂଆ ମାମଲା ସାମନାକୁ ଆସିଛି। ଏହା ସହ ୪୮୨  ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି। 

ମହାରାଷ୍ଟ୍ରରେ ସ୍ଥିତି ସାଙ୍ଘାତିକ ହେଉଛି । ମହାରାଷ୍ଟ୍ରରେ ୨ ଲକ୍ଷ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ୯ ହଜାର ପାର ହୋଇଛି ।

  • Tags:

Subscribe

National International State Sports Entertainment