ଛତିଶଗଡ଼ର ବେମେତାରା ଜିଲ୍ଲାରେ କଥିଆ ଗାଁ ନିକଟରେ ଭାରସାମ୍ୟ ହରାଇ ଟ୍ରକକୁ ଧକ୍କା ଦେଲା ପିକଅପ ଭ୍ୟାନ୍। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୩ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି। ତେବେ ସମସ୍ତ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଛତିଶଗଡ଼ର ବେମେତାରା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ୍ ଭ୍ୟାନ୍ ଟ୍ରକକୁ ପଛପଟରୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ଏହି ଦୁର୍ଘଟଣାରେ ୨୩ ଜଣ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ଛୁଆ ଅଛନ୍ତି। ୨୩ ଗୁରୁତର ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ଘଟଣାକୁ ନେଇ ଅଧିକ ତଦନ୍ତ ଜାରି ରଖିଛି।