ପୁଣି ଥରେ ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ବାୟୁସେନାର UAV ବିମାନ । ରାଜସ୍ଥାନରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନା ଅନୁସରେ, ଗୁରୁବାର ସକାଳୁ ଭାରତୀୟ ବାୟୁସେନାର ଟ୍ରେନିଂ ବିମାନଟି ଟ୍ରେନିଂ ପାଇଁ ଉଡାଣ ଭରିଥିଲା । ଟ୍ରେନିଂ ସାରି ବିମାନଟି ଅବତରଣ କରିବା ସମୟରେ ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ ସମୟରେ ବିମାନରେ ନିଆଁ ଲାଗିଯାଇଥିଲା । ବିମାନଟି ରାଜସ୍ଥାନ ଜୈସେଲମେର ନିକଟରେ ଥିବା ଏକ ଗାଁ ନିକଟରେ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ।
ସ୍ଥାନୀୟ ଲୋକ, ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ, ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇଥିଲେ । ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ବିମାନର ପାଇଲଟ ସୁରକ୍ଷିତ ଅଛନ୍ତି । ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଯାନ୍ତ୍ରିକ ତ୍ରୁଟି ପାଇଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଥିବା ସୂଚନା ମିଳିଛି ।