ଗୁରୁବାର ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ମୁଦ୍ରା ନୀତି(ଆରବିଆଇ କ୍ରେଡିଟ୍ ପଲିସି) ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଦେଇଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (ଏମପିସି)ର ଛଅ ଜଣିଆ ସଦସ୍ୟ ଷଷ୍ଠ ଥର ପାଇଁ ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର କହିଛନ୍ତି।
ଆରବିଆଇ ୨୦୨୩ ଫେବୃଆରୀ ୮ ରେ ଶେଷ ଥର ପାଇଁ ରେପୋ ରେଟ୍ ପରିବର୍ତ୍ତନ କରିଥିଲା। ସେତେବେଳେ ଏହା ୬.୨୫ ପ୍ରତିଶତରୁ ବୃଦ୍ଧି ପାଇ ୬.୫୦ ପ୍ରତିଶତ ହେଇଥିଲା। ତେବେ ଏହା ପରଠାରୁ କୌଣସି ପରିବର୍ତ୍ତନ କରାଯାଇ ନାହିଁ।ରେପୋ ହାରରେ କୌଣସି ପରିବର୍ତ୍ତନ ନହେବା କାରଣରୁ ଘର ଏବଂ କାର ଲୋନ୍ ସମେତ ସମସ୍ତ ପ୍ରକାରର ଲୋନର EMI ହ୍ରାସ ପାଇଁ ଅପେକ୍ଷା କରିଥିବା ଲୋକେ ନିରାଶ ହୋଇଛନ୍ତି। ତେବେ ଏଥର ବି ଇଏମଆଇ ହ୍ରାସ ପାଇଁ ଅପେକ୍ଷା କରିଥିବା ଋଣଧାରୀ ନିରାଶ ହେଲେ। ଲଗାତାର ଷଷ୍ଠ ଥର ପାଇଁ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିଲାନି ଆରବିଆଇ। ୬.୫ ପ୍ରତିଶତରେ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ।
ସେହିପରି RBI ରିଭର୍ସ ରେପୋ ରେଟକୁ ମଧ୍ୟ ସ୍ଥିର ରଖି ଯାହାକି ବର୍ତ୍ତମାନ ୩.୩୫ ପ୍ରତିଶତ ରହିଛି । ଅପରପକ୍ଷରେ ଏମଏସଏଫ୍ ରେଟ୍ ଏବଂ ବ୍ୟାଙ୍କ୍ ରେଟ୍ ୬.୭୫ ପ୍ରତିଶତ ରହିଛି । ଗତ ବର୍ଷ ଜୁଲାଇରେ ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪ ପ୍ରତିଶତ ରହିଥିବା ବେଳେ ଚଳିତ ବର୍ଷ ଏହି ହାର ହ୍ରାସ ପାଇଛି । ଡିସେମ୍ବରରେ ଏହି ହାର ୫.୬୯ ପ୍ରତିଶତ ରହିଥିଲା । RBI ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ଜିଡିପି ଗ୍ରୋଥର ଅନୁମାନ ୭ ପ୍ରତିଶତ ରଖାଯାଇଥିବା ସୂଚନା ଦେଇଛନ୍ତି। ଯାହାର ପୂର୍ବ ଅନୁମାନ ମଧ୍ୟ ୭.୩ ରହିଥିଲା । ଏହାସହ ଗତ ଏକ ବର୍ଷ ଧରି ଭାରତୀୟ ମୁଦ୍ରାରେ ସ୍ଥିରତା କାୟମ୍ ରହିଥିବା କହିଛନ୍ତି ଶକ୍ତିକାନ୍ତ ଦାସ।
ଅଧିକ ପଢନ୍ତୁ: କାଗଜ ନୋଟ ବଦଳରେ ଆସିବ କି ପ୍ଲାଷ୍ଟିକ ନୋଟ?