ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ରାଜ୍ୟର ଉଠା ଦୋକାନୀଙ୍କୁ ମିଳିଛି ୮.୨ କୋଟି ଟଙ୍କା
Khabar Odisha:Under-the-Prime-Minister-swanidhi-Scheme-the-states-shopkeepers-received-Rs-42-crore
ନୂଆଦିଲ୍ଲୀ, ସେପ୍ଟେମ୍ବର ୨୩ (ଖବର ଓଡ଼ିଶା):

ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଂଚଳର ୬୩ ହଜାର ୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୩ ହଜାର ୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି । ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶା ପାଇଁ ଉଠା ଦୋକାନୀଙ୍କ ବନ୍ଧକବିହୀନ ଋଣ ବାବଦକୁ ୮.୨ କୋଟି ଟଙ୍କା ମଞ୍ଜୁର କରିଥିବାବେଳେ ୦.୮୧ କୋଟି ଟଙ୍କା ଦେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରିଛନ୍ତି ।

ସହରାଂଚଳ ଉଠା ଦୋକାନୀଙ୍କର ଥଇଥାନ ନିମନ୍ତେ ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାର ଲାଭ ପାଇବାରେ ଓଡ଼ିଶା ଶୀର୍ଷ ୧୦ଟି ରାଜ୍ୟ ମଧ୍ୟରେ ରହିଛି । ଓଡ଼ିଶାର ସମ୍ବଲପୁର, କଟକ, ବ୍ରହ୍ମପୁର, ବାଲେଶ୍ୱର ଏବଂ ଅନ୍ୟ ସବୁ ସହରରେ ଥିବା ଉଠାଦୋକାନୀମାନେ ଉପକୃତ ହେବେ ।

ଏହି ଯୋଜନା ଦ୍ୱାରା ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ମହାମାରୀ ସମୟରେ ସଶକ୍ତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି, ଏହି ଯୋଜନାରେ ଦେଶର ସହରମାନଙ୍କରେ ଥିବା ୫୦ ଲକ୍ଷ ଉଠା ଦୋକାନୀଙ୍କ ପାଇଁ ୧ ବର୍ଷ ପାଇଁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବନ୍ଧକବିହୀନ ଋଣର ବ୍ୟବସ୍ଥା କରାଯାଇଛି । ଏହି ଯୋଜନା ମାଧ୍ୟମରେ ଋଣର ନିୟମିତ ପରିଶୋଧ ଉପରେ ବାର୍ଷିକ ସୁଧରେ ୭ ପ୍ରତିଶତ ରିହାତି ଦିଆଯିବ । ନିୟମିତ ଋଣ ପରିଶୋଧ କରୁଥିବା ବ୍ୟକ୍ତିଙ୍କୁ ଅଧିକ ପ୍ରୋତ୍ସାହନ ଦିଆଯିବ । ଡିଜିଟାଲ କାରବାର ମାଧ୍ୟମରେ ୧୨୦୦ ଟଙ୍କା ଜମା ଖାତାକୁ ଫେରିବାର ବ୍ୟବସ୍ଥା ଏହି ଯୋଜନାରେ ରହିଛି ।

ଯୋଜନାରେ ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ଡୋର୍‌ ଷ୍ଟେପରେ ବ୍ୟାଙ୍କ ପହଞ୍ଚାଇବ । ସମସ୍ତ ପ୍ରକାରର ବ୍ୟାଙ୍କ, ମାଇକ୍ରୋ ଫାଇନାନ୍ସ ଅନୁଷ୍ଠାନ ଯଥା ବେସରକାରୀ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ, ଏସ୍‌ଏଚ୍‌ଜି ବ୍ୟାଙ୍କଗୁଡ଼ିକ ଆଦି ଋଣ ପ୍ରଦାନ କରିବେ । ଆର୍‌ବିଆଇ ନିର୍ଦ୍ଦେଶାବଳୀ ଅନୁଯାୟୀ ଋଣଦାତାଙ୍କଠାରୁ ସୁଧ ଆଦାୟ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

  • Tags:

Subscribe

National International State Sports Entertainment