ନୂଆଦିଲ୍ଲୀ: ଆସନ୍ତା ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ । ଚାରୋଟି ରାଜ୍ୟ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ମତଦାନ ହେବ । ଏ ନେଇ ଜାତୀୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି ।
ରାଜ୍ୟସଭା ଉପନିର୍ବାଚନ ପାଇଁ ଡିସେମ୍ବର ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଡିସେମ୍ବର ୧୦ ତାରିଖ ନାମାଙ୍କନ ଭରିବାର ଶେଷ ଦିନ ହୋଇଥିବାବେଳେ ଯାଞ୍ଚ କରାଯିବ । ଡିସେମ୍ବର ୨୦ ମତଦାନ କରାଯାଇ ଫଳାଫଳ ଘୋଷଣା ହେବ ।
ଗତ ସେପ୍ଟେମ୍ବର ୬ ତାରିଖରେ ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର ଇସ୍ତଫା ଆସନ ଖାଲି ପଡ଼ିଛି । ସେ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି । ତାଙ୍କ ପୂର୍ବରୁ ମମତା ମହନ୍ତ ବିଜେଡ଼ିରୁ ଇସ୍ତଫା ଦେଇଥିଲେ । ଏହା ପରେ ପୁଣି ଥରେ ସେ ବିଜେପି ପକ୍ଷରୁ ରାଜ୍ୟସଭାକୁ ଯାଇଥିଲେ ।