ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ସରକାର କିଛି ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ପାଇଁ ସିସିଏସ୍ ବୈଠକ କରିବାକୁ ଯାଉଛନ୍ତି । ଏହା ପୂର୍ବରୁ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ଚାଲିଛି । ଏହି ବୈଠକରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସିଡିଏସ୍ , ତିନି ସେନା ପ୍ରମୁଖ ଯଥା ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ରହିଛନ୍ତି । ଆତଙ୍କବାଦୀ ଆକ୍ରମଣ ପରେ ପ୍ରଥମ ଥର ପାଇଁ ଜଳ ସେନା, ସ୍ଥଳ ସେନା ଓ ବାୟୁ ସେନାର ମୁଖ୍ୟ ଏକାଠି ଗୋଟିଏ ବୈଠକରେ ବସିଛନ୍ତି ।
ଏଠାରେ ଉଲ୍ଲେଖ ଯୋଗ୍ୟ, ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ଆସନ୍ତାକାଲି ବସୁଛି ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍ ବୈଠକ (ସିସିଏସ୍)। ପହଲଗାମ ଆକ୍ରମଣ ପରେ ଏହା ସର୍ବୋଚ୍ଚ ସ୍ତରରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପ୍ରସଙ୍ଗରେ କିଛି ବଡ଼ ନିଷ୍ପତ୍ତି ନିଆଯାଇପାରେ। ମୋଦିଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଯୋଗ ଦେବେ। ଘଝଇ ଅଜିତ ଡୋଭାଲ, କ୍ୟାବିନେଟ ସଚିବ ଓ ପ୍ରତିରକ୍ଷା ସଚିବ ଉପସ୍ଥିତ ରହିବେ।