କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ବାହାନଗାରେ ଥିବା ହେଲିପ୍ୟାଡରେ ପ୍ରଧାନମନ୍ତ୍ରୀ ପହଞ୍ଚି ସେଠାରୁ ଘଟଣାସ୍ଥଳକୁ ଯାଉଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ପ୍ରଧାନମନ୍ତ୍ରୀ ସେଠାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ଏହି ବଡ ଦୁର୍ଘଟଣାରେ ୨୬୧ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଶତାଧିକ ଆହତ ହୋଇଛନ୍ତି ।
ସେପଟେ ଟ୍ରେନ୍ ଦୁର୍ଘଟଣାର ଉଦ୍ଧାର କାର୍ଯ୍ୟ ଶେଷ ହୋଇଥିବା କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି । ସେ ସୂଚନା ଦେଇଛନ୍ତି, ଉଦ୍ଧାର କାର୍ଯ୍ୟ ଶେଷ ପରେ ମରାମତି କାମ ଆରମ୍ଭ ହୋଇଛି। ଦୁର୍ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଭବିଷ୍ୟତରେ ଯେପରି ପୁନରାବୃତ୍ତି ନହେବ, ସେଥିପ୍ରତି ଦୃଷ୍ଟି ଦିଆଯିବ।