ନୂଆଦିଲ୍ଲୀ: ଚିରନିଦ୍ରାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ତାଙ୍କ ଦେହାନ୍ତ ଖବର ପାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଘରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀସ୍ଥିତ ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ଗୃହରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ସାଂସଦ ଭର୍ତ୍ତୃହରି ମହତାବ ଏବଂ ସାଂସଦ ସମ୍ବିତ ପାତ୍ର ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡା, ସାଂସଦ ଭର୍ତ୍ତୃହରି ମହତାବ ଏବଂ ସାଂସଦ ସମ୍ବିତ ପାତ୍ର ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଭାରତୀୟ ଜନତା ପାର୍ଟି ଓଡ଼ିଶାର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ, କେନ୍ଦ୍ରମନ୍ତ୍ରୀ ଡ଼ଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ଦେବେନ୍ଦ୍ର ବାବୁଙ୍କ ସହ ମୋର ବ୍ୟକ୍ତିଗତ, ରାଜନୈତିକ ପରିଚୟ ଥିଲା । ଦିବଙ୍ଗତ ଆତ୍ମାର ସଦ୍ଗତି କାମନା ସହ ପରିବାରକୁ ସମବେଦନା ଜଣାଉଛି ।