ନୂଆଦିଲ୍ଲୀ: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ମାମାଲରେ ସୁପ୍ରିମକୋର୍ଟ ସୋମବାର ଶୁଣାଣି କରିଛନ୍ତି । ଜଣେ ଆଇପିଏସ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ନୂତନ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ବିଚାର ଜୟମାଲ୍ୟ ବାଗଚୀ ଏବଂ ବିଚାରପତି ବି ମୋହନା ରାମ ମନ୍ଦିର ଦାନ ଚୋରି ଆବେଦନର ଶୁଣାଣି କରିଛନ୍ତି । ମାମଲାର ତଦନ୍ତ ପାଇଁ ଏସଆଇଟି ପୁନର୍ଗଠନ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି । ସଲିସିଟର ଜେନେରାଲ ତୁଷାର ମେହଟ୍ଟା କୋର୍ଟଙ୍କୁ ଅବଗତ କରାଇଥିଲେ ତଦନ୍ତ ପାଇଁ ଏସଆଇଟି ଗଠନ କରାଯାଇଥିବାବେଳେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି । ଏଯାଏ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ପୁନର୍ବାର ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାକୁ ରାଜନୀତିକରଣ ନ କରିବାକୁ କୋର୍ଟ ପରାମର୍ଶ ଦେଇଛନ୍ତି । ଆସନ୍ତା ଜୁଲାଇ ୨୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।