ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ହୃଦରୋଗ ବିଭାଗରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି ।
ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ଯେ ଗତକାଲି କେନ୍ଦ୍ର ମନ୍ତ୍ରୀ ନଡ୍ଡା ଛାତ୍ରିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ନଡ୍ଡାଙ୍କର ଏକ ଆଞ୍ଜିଓଗ୍ରାଫି କରାଯାଇଛି । ଏହା ସହିତ ଅନ୍ୟାନ୍ୟ ପରୀକ୍ଷା ମଧ୍ୟ କରାଯାଇଛି । ହୃଦରୋଗ ବିଭାଗରେ ତାଙ୍କର ଚିକିତ୍ସା ଚାଲିଛି । ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି ।