ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିବେ । ଆସନ୍ତା ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ଦୁଇ ଦିନିଆ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ । ଭାରତୀୟ ଜନତା ପାର୍ଟିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।
ମୁଖ୍ୟମନ୍ତ୍ରୀ ଶ୍ରୀ ତାଙ୍କର ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରକୁ ଯିବେ । ଏହା ପରେ ଅକ୍ଟୋବର ୧ରେ ଚାଇଁବାସାର କୋଲ୍ହାନ୍ କୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛନ୍ତି । ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଥିବା ନେଇ ଚର୍ଚ୍ଚା ହେଉଛି । ତେବେ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ସେ ଅନ୍ୟ ରାଜ୍ୟରେ ଦଳୀୟ ସଭାରେ ଯୋଗଦେବାକୁ ଯାଉଛନ୍ତି । ତେଣୁ ତାଙ୍କର ଏହି ଗସ୍ତ ଦଳ ପାଇଁ ବେଶ ଗୁରୁତ୍ୱ ବହନ କରୁଛି ।
ଗତକାଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଗସ୍ତରେ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଶ୍ରୀ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହ ପ୍ରଭାରୀ ଅଛନ୍ତି ।