ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଜୁନ୍ ୧୭ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ୨୨ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଆସିବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯେ, ବିଜେପିର ମହାଜନସମ୍ପର୍କ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଉଭୟ ନେତା ଓଡ଼ିଶା ଆସିବେ। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଜୁନ୍ ୧୭ ତାରିଖରେ ଆସିବେ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଜୁନ ୨୨ ତାରିଖରେ ଓଡ଼ିଶା ଆସିବେ। ସେହିପରି ୬ ତାରିଖରେ କେନ୍ଦ୍ର ମନ୍ତ୍ରୀ ଅଜୁର୍ନ ମୁଣ୍ଡା ଓଡ଼ିଶା ଆସିବେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବେ ଓଡ଼ିଶା ଆସିବେ ସେନେଇ ତାରିଖ ସ୍ଥିର ହୋଇନାହିଁ। ତେବେ ବିଜେପିର ମହା ଜନସଂପର୍କ କାର୍ଯ୍ୟକ୍ରମ କେଉଁ ସ୍ଥାନରେ ହେବ ତାହା ସ୍ଥିର କରାଯାଇ ନାହିଁ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।