କୋଲକତା ;"ମା' ମାଟି ମାନୁଷ"ର ନାରା ଦେଇ ମମତା କ୍ଷମତାକୁ ଆସିଥିଲେ । କିନ୍ତୁ ବର୍ତ୍ତମାନ ସେହି ପୁଣ୍ୟ ଭୂମିରେ ଚାଲିଛି ଗୁଣ୍ଡାରାଜ, ହିଂସା ଏବଂ ହତ୍ୟାକାଣ୍ଡ । ମହିଳାଙ୍କ ଉପରେ ଅତ୍ୟାଚାର ସହ ଅନୁପ୍ରବେଶକାରୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି । ଶତାଧିକ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା କଥା କହି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ସିଧା ଟାର୍ଗେଟ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଦୁଇ ଦିନିଆ ଗସ୍ତରେ ପଶ୍ଚିମବଙ୍ଗ ଯାଇ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମମତା ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି । ଯଦି ପଶ୍ଚିମବଙ୍ଗରେ ଅନୁପ୍ରବେଶ ବନ୍ଦ କରିବାକୁ ଚାହୁଁଛ, ଯଦି ପଶ୍ଚିମବଙ୍ଗରେ ଦୁର୍ନୀତି ବନ୍ଦ କରିବାକୁ ଚାହୁଁଛ ଏବଂ ଯଦି ହିନ୍ଦୁଙ୍କ ଉପରେ ଆକ୍ରମଣ ବନ୍ଦ କରିବାକୁ ଚାହୁଁଛ ତେବେ ପଶ୍ଚିମବଙ୍ଗରେ ଟିଏମସିର ସରକାର ହଟେଇ ବିଜେପିର ସରକାରକୁ ଆଣିବାକୁ ପଡ଼ିବ ବୋଲି କହିଛନ୍ତି ଶାହା । ସେହିପରି ୨୦୨୬ରେ ପଶ୍ଚିମବଙ୍ଗରୁ ମମତା ସରକାରକୁ ଓପାଡ଼ି ଫିଙ୍ଗି ଦେବାକୁ ବିଜେପିର କର୍ମକର୍ତ୍ତାକୁ ଆହ୍ବାନ ମଧ୍ୟ ଦେଇଛନ୍ତି ।