ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ରହିଛି। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବ । ଏହି ବୈଠକରେ ଯୋଗ ଦେବାକୁ ନଡ୍ଡା ଓଡିଶା ଆସିବେ । ତେବେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡିଶା ଆସିପାରୁନାହାଁନ୍ତି ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି ।
ଏହି ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।