ଖବର ଓଡ଼ିଶା: ସାରା ଦେଶର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏହି ମହାନ କାର୍ଯ୍ୟରେ ଓଡ଼ିଶା ମଧ୍ୟ ସାମିଲ ହୋଇଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଶୋଭାଯାତ୍ରା କରାଯାଉଛି । ବୁଧବାର ଭୁବନେଶ୍ୱରରେ ଆୟୋଜିତ ‘ହର ଘର ତ୍ରିରଙ୍ଗା’ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ପ୍ରଥମେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗ ଦେଇଥିଲେ । ଏହି ବିଶାଳ ଶୋଭାଯାତ୍ରା ଲିଙ୍ଗରାଜ ମନ୍ଦିରରୁ ବାହାରି ମୁକ୍ତେଶ୍ଵର ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ଏକ ସାଧାରଣ ସଭାର ଆୟୋଜନ ହୋଇଛି । ମୁଖ୍ୟମନ୍ତ୍ରୀ ସାଧାରଣ ସଭାରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ । ଏହା ସହିତ କୁନି କୁନି ପିଲାଙ୍କ ସହିତ ବାର୍ତ୍ତାଳାପ ମଧ୍ୟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ, ବିଏମସି କମିଶନର ଏବଂ ମେୟର ପ୍ରମୁଖ ଯୋଗ ଦେଇଛନ୍ତି ।